ତରୁଣ ତେଜପାଲଙ୍କୁ ଦୋଷମୁକ୍ତ କଲେ କୋର୍ଟ

ତେହେଲକା ମ୍ୟାଗାଜିନର ପୂର୍ବତନ ମୁଖ୍ୟ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ତରୁଣ ତେଜପାଲଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ୨୦୧୩ ମସିହା ଯୌନ ଉତ୍ପୀଡ଼ନ ଓ ଦୁଷ୍କର୍ମ ମାମଲାରେ ଗୋଆ କୋର୍ଟ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅତିରିକ୍ତ ବିଚାରପତି ଜଷ୍ଟିସ କେ ଯୋଶୀ ମାମଲାର ଶୁଣାଣି କରି ତାଙ୍କୁ ୮ ବର୍ଷ ତଳ ମାମଲାରେ ଦୋଷମୁକ୍ତ କରିଛନ୍ତି।

୨୦୧୩ରେ ତୁରଣ ତେଜପାଲ ତାଙ୍କର ଜଣେ କନିଷ୍ଠ ସହଯୋଗୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଗୋଆର ଗୋଟିଏ ହୋଟେଲର ଲିଫ୍ଟରେ ସେ ମହିଳା ସହଯୋଗୀଙ୍କୁ ସେକ୍ସୁଆଲ ଆସଲଲ୍ଟ କରିଥିବା ଅଭିଯୋଗ ଆସିବା ପରେ ପୂରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା।
ଅଭିଯୋଗକୁ ଆଧାର କରି ଗୋଆ ପୁଲିସ୍‌ ତରୁଣଙ୍କ ବିରୋଧରେ ବିଭିନ୍ନ ଦଫାରେ ମାମଲା କରିଥିଲା। ୨୦୧୩ ନଭେମ୍ବରରେ ସେ ଗିରଫ ହୋଇଥିଲେ। କିନ୍ତୁ ୨୦୧୪ ଜୁଲାଇରେ ତାଙ୍କୁ ଜାମିନ ମିଳିଥିଲା। ୨୦୧୭ରେ ଗୋଆ କୋର୍ଟରେ ମାମଲାର ଶୁଣାଣି ଆରମ୍ଭ ହୋଇଥିଲା।

Leave a Reply

Your email address will not be published. Required fields are marked *