ସାରା ଜୀବନ ପରିବେଶର ସୁରକ୍ଷା ଦିଗରେ କାର୍ଯ୍ୟ କରି ଆସୁଥିବା ବିଶିଷ୍ଟ ପରିବେଶବିତ୍ ସୁନ୍ଦରଲାଲ ବହୁଗୁଣା ଆଉ ନାହାନ୍ତି। ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଆଜି ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା।
କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଋଶିକେଶ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୦ ଦିନ କାଳ କରୋନା ସହ ଲଢ଼େଇ କରିବା ପରେ ସେ ଆଜି ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ମଧୁମେହ ରୋଗ ରହିଥିଲା। ତାଙ୍କ ଅକ୍ସିଜେନ ସ୍ତର ମଧ୍ୟ କ୍ରମାଗତ ହ୍ରାସ ପାଉଥିଲା। ତାଙ୍କ ଜୀବନ ରକ୍ଷା କରିବାକୁ ଡାକ୍ତରମାନେ ବହୁ ଚେଷ୍ଟା କରିଥିଲେ ହେଁ ଏହା ସଫଳ ହୋଇ ପାରିନି।