
ଘରୋଇ ସ୍କୁଲକୁ ମିଳିବ ମାଗଣା ବହି
ଭୁବନେଶ୍ଵର, ୧୦/୦୮ : ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଦିଆଯିବ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ…