ପୁରୀରେ ଦେଶର ପ୍ରଥମ ପ୍ରକଳ୍ପ ଆରମ୍ଭ ହେଲା

ଦେଶରେ ପୁରୀ  ପ୍ରଥମ ସହର । ଖାଲି ସେତିକି ନୁହେଁ ଲଣ୍ଡନ ସିଙ୍ଗାପୁର ଭଳି ସହରରେ ଯ଼େଉଁଭଳି ସୁବିଧା ମିଳୁଛି ସେହିଭଳି ସୁବିଧା ପୁରୀ ବାସୀଙ୍କୁ ମିଳୁଛି । ପାଇପ ପାଣିତ ସବୁ ସହରରେ ମିଳୁଛି କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀରେ ଏବେ ପାଇପରୁ ସିଧା ପାଣି ନେଇ ପିଇ ହେବ । ଏମିତି ପ୍ରକଳ୍ପ ଆଜି ଆରମ୍ଭ ହୋଇଛି । ଏହି ପ୍ରକଳ୍ପ ଯୋଗୁ ପିଇବା ପାଣି ଗଚ୍ଛିତ ତଥା ଫିଲଟର୍‌ କରିବା ମଧ୍ୟ ଆବଶ୍ୟକ ନାହିଁ। ପୁରୀ ବାସୀଙ୍କୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ ହୋଇଛି । ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହରର ସ୍ଥାନ ନେଇଛି ପୁରୀ । ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ଦେଶରେ ଏହି ଯୋଜନା ପ୍ରଥମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଯୋଜନା ପରେ ଏବେ ପୁରୀରେ ପର୍ଯ୍ୟଟକ ଆଉ ପାଣି ବୋତଲ ଧରି ବୁଲିବେ ନାହିଁ । ସହରର ପ୍ରତି ସ୍ଥାନରେ ପାଣି ଟ୍ୟାପର ବ୍ୟବସ୍ଥା କରାଯାଇଛି।ବିଶ୍ବର କେବଳ ବଡ ବଡ ସହରମାନଙ୍କରେ ଏଭଳି ସୁବିଧା ମିଳେ। ଏହାଦ୍ବାରା ପୁରୀର ଅଢେଇ ଲକ୍ଷ ଜନସାଧାରଣଙ୍କ ସହିତ ବର୍ଷକୁ ଆସୁଥିବା ୨ କୋଟି ପର୍ଯ୍ୟଟକ ଉପକୃତ ହେବେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡି ହୋଇଛି।

 

ଏପରି ସଫଳତା ହାସଲ କ୍ଷେତ୍ରରେ ପୁରୀ ସାରା ଦେଶରେ ହେଉଛି ପ୍ରଥମ ସହର। ଏହି ଯୋଜନା ପରେ ପୁରୀ ସହରରେ ବାର୍ଷିକ ୪୦୦ ମେଟ୍ରିକ ଟନ୍‌ର ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହୋଇପାରିବ। ରାଜ୍ୟ ସରକାରଙ୍କ 5-T ଯୋଜନା ଅଧୀନରେ ଆଗାମୀ ୧୬ଟି ସହରର ୪୦ ଲକ୍ଷ ବାସିନ୍ଦାଙ୍କ ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଯୋଜନାର କାର୍ଯ୍ୟକାରୀ ହେବାକୁ ଯାଉଛି ।

Leave a Reply

Your email address will not be published. Required fields are marked *