ଆଗକୁ ଆହୁରି ଲଘୁଚାପ ଆସୁଛି : ସେପ୍ଟେମ୍ବର ଶେଷ ଯାଏଁ ଭସେଇବ

ସେପ୍ଟେମ୍ବର ମାସରେ ଆବଶ୍ୟକତା ଠାରୁ ଅଧିକ ବୃଷ୍ଟିପାତ ହୋଇସାରିଲାଣି । ଏହାପରେ ଲାଗ ଲାଗ ଆହୁରି ଘୂର୍ଣ୍ଣିବଳୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି। ଏହାଦ୍ବାରା ରାଜ୍ୟର ସମସ୍ତ ଭାଗରେ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି କିଛି ପୂର୍ବାନୁମାନ କରିଛି। ଏବେ ବଙ୍ଗୋପସାଗରରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାପରେ 23 ତାରିଖରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ତେବେ ଏହା ବନ୍ୟା ଭଳି ସ୍ଥିତି ସୃଷ୍ଟି କରିବନି।

ସେପ୍ଟେମ୍ବର ୨୦ ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେବଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

23 ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟର ଉପକୂଳ ଓଡ଼ିଶାରେ ବେଶୀ ପଡ଼ିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ସେପ୍ଟେମ୍ବର ୨୬ ତାରିଖରେ ଏହା ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି । ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡ଼ିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ।  

Leave a Reply

Your email address will not be published. Required fields are marked *