ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା

ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଥିସହିତ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ୟୁଜିସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ବଲାଙ୍ଗିର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିବା ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବ ବୋଲି ସେ ଉଲ୍ଲେଖ କରିଛନ୍ତି । ଏହାସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ସେ ଲେଖିଛନ୍ତି ।

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି)ରେ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ବିଶ୍ବବିଦ୍ୟାଳୟର ଉନ୍ନତି ଓ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ  ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *