ଶୀତଦିନେ ମୁହଁରେ ଲଗାନ୍ତୁ ଗ୍ଲିସେରିନ୍, ଚିକ୍କଣ ହେବ ତ୍ବଚା

ଭୁବନେଶ୍ୱର, ୦୮/୧୨ : ମହିଳାମାନେ ସବୁବେଳେ ସୁନ୍ଦର ଦେଖାଯିବାକୁ ବିଭିନ୍ନ ଉପାୟ ଆପଣାନ୍ତି । ବହୁ ଘରୋଇ ନୁସ୍କା ମଧ୍ୟ କରନ୍ତି। ସେଥିପାଇଁ ବିଭିନ୍ନ ପ୍ରକାରର ପ୍ରସାଧନ ବ୍ୟବହାର କରିବା ସହ ବିଭିନ୍ନ ଉପଚାର କରିଥାନ୍ତି । ତେବେ ଆପଣ ଜାଣିଛନ୍ତି କି ? ଶରୀରକୁ ସୁନ୍ଦର କରିବାରେ ଗ୍ଲିସେରିନର ଭୂମିକା ଖୁବ୍ ଗୁରୁତ୍ୱପୂର୍ଣ୍ଣ ରହିଛି । ଜାଣନ୍ତୁ ଏହାକୁ କିପରି କରିବେ ବ୍ୟବହାର?

ଧ୍ୟାନ ଦିଅନ୍ତୁ ଗ୍ଲିସେରିନକୁ କେବେ ସିଧାସଳଖ ବ୍ୟବହାର କରନ୍ତୁ ନାହିଁ । ବରଂ ଏହାକୁ ଗୋଲାପ ଜଳ କିମ୍ବା ମିନେରାଲ ୱାଟରରେ ମିଶାଇ ବ୍ୟବହାର କରନ୍ତୁ । ଗ୍ଲିସେରିନକୁ ମୁହଁରେ ଲଗାଇବା ପୂର୍ବରୁ ମୁହଁକୁ ଭଲଭାବେ ଧୋଇନିଅନ୍ତୁ । ଏହାପରେ ତୁଳାରେ କିଛି ବୁନ୍ଦା ନେଇ ମୁହଁରେ ମସାଜ୍ କରନ୍ତୁ । କିଛି ସମୟ ରଖିବା ପରେ ମୁହଁକୁ ସାଧା ପାଣିରେ ଧୋଇଦିଅନ୍ତୁ । ତ୍ୱଚା କୋମଳ ରହିବ ।

୧୦୦ ଗ୍ରାମ ଗୋଲାପ ଜଳ ସହିତ ୧ ଚାମଚ ଗ୍ଲିସେରିନ୍ ମିଶାଇ ବୋତଲର ଠିପି ବନ୍ଦ କରି ଫ୍ରିଜରେ ରଖିଦିଅନ୍ତୁ । ଏହି ଲୋସନକୁ ହାତ, ଗୋଡ, କିମ୍ବା ଶୁଷ୍କ ତ୍ୱଚାରେ ବ୍ୟବହାର କରନ୍ତୁ ।

ଯଦି ମୁହଁରେ ଚର୍ମ ଶୁଷ୍କ ହୋଇଯାଉଛି, ତାହେଲେ ଅଧା ଚାମଚ ଗ୍ଲିସେରିନ୍ ସହିତ ୧ ଚାମଚ ଗୋଲାପ ଜଳ ଓ ୧ ଚାମଚ ମିଲ୍କ ପାଉଡର ମିଶାନ୍ତୁ । ଏହାକୁ ଭଲଭାବେ ମୁହଁରେ ଲଗାନ୍ତୁ । ୫ ମିନିଟ୍ ପରେ ମୁହଁକୁ ଭଲଭାବେ ଧୋଇଦିଅନ୍ତୁ । ମୁହଁ ରୁକ୍ଷ ଓ ଶୁଷ୍କ ହେବାରୁ ରକ୍ଷ ପାଇବ ନିଶ୍ଚୟ ।

 

 

Leave a Reply

Your email address will not be published. Required fields are marked *